Below header

ଆଜି ଶ୍ରୀ ବିଗ୍ରହଙ୍କ ବନକଲାଗି ନୀତି, ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।  ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି ।  ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ ।

ପୁରୀ (କେନ୍ୟୁଜ): ଆଜି ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।  ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ ।  ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି ।  ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ ।

ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।  କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.