ତାତିରୁ ନିସ୍ତାର ନାହିଁ: ୫ ଦିନ ପାଇଁ ହିଟ୍‌ୱେଭ ୱାର୍ଣ୍ଣିଂ, ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ପାରଦ

ଭୁବନେଶ୍ୱର(କେନ୍ୟୁଜ୍): ତାତିରୁ ମିଳୁନି ନିସ୍ତାର । ସାରା ରାଜ୍ୟରେ ଆକାଶରୁ ଅଗ୍ନିବର୍ଷା । ୫ ଦିନ ପାଇଁ ହିଟ୍‌ୱେଭ ୱାର୍ଣ୍ଣିଂ । ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଅନୁଗୁଳ,ସୋନପୁର, ବୌଦ୍ଧ ଓ ବଲାଙ୍ଗୀରକୁ ହିଟ୍‌ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ତାପମାତ୍ରା ବଢ଼ିପାରେ । ସେହିପରି ଉପକୂଳ ଓଡ଼ିଶାରେ ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା ବଢ଼ିପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.