Below header

ଆକାଶରୁ ବର୍ଷୁଛି ନିଆଁ; ସକାଳ ସାଢ଼େ ୮ଟା ସୁଦ୍ଧା ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର

ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ।ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୩୬.୨ ଡିଗ୍ରୀ ତାପମାତ୍ରରେ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

ଭୁବନେଶ୍ୱର (କେନ୍ୟୁଜ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି  । ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ । ଆଜି ଓ ଆସନ୍ତାକାଲି ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସ୍ଥିତି ଯାହା ଥିଲା ଆହୁରି ବିଗିଡ଼ିବ। କାରଣ ଆଜି ସାଢ଼େ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଉପରମୁହାଁ ହେଲାଣି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୩୬.୨ ଡିଗ୍ରୀ ତାପମାତ୍ରରେ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । କେନ୍ଦୁଝର ୩୫.୬, ତାଳଚେର, ବାରିପଦା ଓ ଅନୁଗୁଳ ୩୫ ଡିଗ୍ରୀ ରହିଛି । ସେହିପରି ଭୁବନେଶ୍ବର ଓ ବାଲେଶ୍ବର ୩୩.୬, କଟକ ୩୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ଗଂଜାମ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ପାଇଁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ। ୧୮ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ୨୭ ତାରିଖରେ ୧୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାଣ୍ଣିଂ ।  ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ବାଲେଶ୍ବର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ନୂଆପଡ଼ା, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ ବୌଦ୍ଧ। ରାଜ୍ୟକୁ ପ୍ରଚୁର ମାତ୍ରାରେ ଶୁଷ୍କ ଓ ଗରମ ପବନ ପ୍ରବେଶ କରିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଭୀଷଣ ଗ୍ରୀଷ୍ମ ଲହରୀ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.