ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା। ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିପାରିବେ । ୨୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ ।

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା। ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିପାରିବେ । ୨୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ୨୯ ତାରିଖ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ।
ନାମାଙ୍କନ ଦାଖଲ ବେଳେ ପ୍ରାର୍ଥୀମାନଙ୍କୁ ବଡ଼ ରାଲି କରି ନଆସିବା ପାଇଁ ଅନୁରୋଧ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ମେ ୧୩ରେ ହେବ ଭୋଟଗ୍ରହଣ। ଏହି ପର୍ଯ୍ୟାୟରେ ୪ଟି ଲୋକସଭା କଳାହାଣ୍ଡି, ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଏବଂ ୨୮ଟି ବିଧାନସଭା ଆସନରେ ମତଦାନ ହେବ।