ରାଜ୍ୟ

ଦିନକ ପରେ ଆରମ୍ଭ ହେବ କାର୍ତ୍ତିକ ମାସ, ଆଜି ଆମିଷ ବଜାରରେ ଜମିଲାଣି ଭିଡ

ବ୍ରହ୍ମପୁର (କେନ୍ୟୁଜ): ଦଶହରା ସରିଲା, ଦିନକ ପରେ କାର୍ତ୍ତିକ ମାସ ଆରମ୍ଭ ସହ ପୂଜା ପାଇବେ ମା’ ଗଜଲକ୍ଷ୍ମୀ । ମାସେ ଧରି ଆମିଷ ଛାଡିବେ ଲୋକ। ତେଣୁ ଆଜି ଶୁକ୍ରବାରରେ ଆମିଷ ବଜାରରେ ପ୍ରବଳ ଭିଡ଼। କାର୍ତ୍ତିକ ପରେ ତ ଛାଡ଼ଖାଇ ହୁଏ । ହେଲେ ଲାଗୁଛି ଇଏ କାର୍ତ୍ତିକ ପୂର୍ବର ଛାଡ଼ଖାଇ। ତେଣୁ ଆଜି ବିଭନ୍ନ ଆମିଷ ବଜାରରେ ଲୋକଙ୍କ ଗହଳି ଜମୁଛି ।

ଭୁବନେଶ୍ୱର ହେଉକି ପୁରୀ କିମ୍ବା ବ୍ରହ୍ମପୁର ସବୁଠି ଆମିଷ କିଣିନେବାକୁ ଦୋକାନରେ ଖଚାଖଚ ଭିଡ଼ । ଗ୍ରାହକଙ୍କ ମନଜାଣି ବେପାରୀ ବାହାରୁ ମାଛ ମାଂସ ଆମଦାନୀ କରିଛନ୍ତି । କାର୍ତିକ ମାସ ଆରମ୍ଭ ହେଉଥିବାରୁ ପ୍ରାୟ ଅନେକ ଲୋକଙ୍କ ଘରେ ମାସେ କାଳ ଆମିଷ ପଶିବନି । ଆଜି ଆମିଷ ଖାଇବାର ଶେଷ ଦିନ ଥିବାରୁ ଲୋକଙ୍କ ମଧ୍ୟରେ ଘରକୁ ଆମିଷ କିଣିନେବାକୁ ରୁଚି ରହିଛି । ଆଜି ବ୍ରହ୍ମପୁର ମାଛ ବଜାରରେ ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବେପାରୀ ସଜେଇ ରଖିଛନ୍ତି ଭଳିକି ଭଳି ମାଛ, କଙ୍କଡ଼ା, ଚିଙ୍ଗୁଡ଼ି, ଚିକେନ୍ ଓ ମାଂସ ।

Barsha

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

29 seconds ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

15 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

26 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

37 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago