ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା । ବାରିପଦାରେ ଥିବା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜ ପୂର୍ବତନ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା ।

ଛାତ୍ର ବିଜେଡି କାର୍ଯ୍ୟକାରିଣୀରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଶ୍ୱବିଦ୍ୟାଳୟ ଲାଇବ୍ରେରୀ ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ । ଓଡ଼ିଶାର ବିକାଶରେ ମୟୁରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି । ଚଳିତବର୍ଷ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.