ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଭୁବନେଶ୍ବର (କେନ୍ୟୁଜ୍) : ଓଡିଶା ଦେଇ ଆସାମରୁ ଦକ୍ଷିଣ ଛତିଶଗଡ ପର୍ଯ୍ୟନ୍ତ ଜାରି ରହିଥିବା ଟ୍ରଫଲାଇନ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ହେବାର ଆଶଙ୍କା ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୭ ଓ ୮ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ସେହିପରି ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ହାଲୁକା ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମାରିବା ନେଇ ଆଶଙ୍କା ରହିଛି । ୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

Leave A Reply

Your email address will not be published.