ରାଜ୍ୟରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ

ଭୁବନେଶ୍ବର: ରାଜ୍ୟରେ ୨ଟି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ। ବିଜ୍ଞପ୍ତି ସହ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଅକ୍ଟୋବର ୧୬ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ କରାଯାଇପାରିବ ।

୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୧୯ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଅଯାଇଛି । ନଭେମ୍ବର ୩ରେ ଉପନିର୍ବାଚନ ଏବଂ ନଭେମ୍ବର ୧୦ରେ ଭୋଟ ଗଣତି ହେବ । କରୋନା କଟକଣା ମଧ୍ୟରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏପର୍ଯ୍ୟନ୍ତ କୌଣସି ଦଳ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହାନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.