ପୁରୀ: ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘଷିରେ ହେବ ଶବ ଦାହ । ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଥିବା କହିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ସରିଛି । ଏବେ ସ୍ୱର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବ । ଏହା ପରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ଏବଂ ଗୋଶାଳା କରିଥିବା ବ୍ୟକ୍ତିଙ୍କ ସହ ଆଲୋଚନା ହେବ । ଖୁବଶୀଘ୍ର ବିଚାରବିମର୍ଶ କରି ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।
ଗୋ ସୁରକ୍ଷା, ଗୋ ମୂତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ ଗଠନ ହେବ କମିଟି । ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ । ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ । ଗୋମାତା ସୁରକ୍ଷା,ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାରଙ୍କ କାମଧେନୁ ଯୋଜନା ଆରମ୍ଭ ହୋଇଛି ବୋଲି କହିଛନ୍ତି ଗୋକୁଳାନନ୍ଦ ମଲ୍ଲିକ ।