Categories: ରାଜ୍ୟ

ତ୍ରିପୁରାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନିର୍ଯାତନା ଘଟଣା, ତଦନ୍ତ ପାଇଁ ଅଗରତାଲା ଯାଉଛି ଏକ ଉଚ୍ଚସ୍ତରୀୟ କମିଟି

ତ୍ରିପୁରା(କେନ୍ଯୁଜ୍) : ତ୍ରିପୁରାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନିର୍ଯାତନା ଘଟଣାର ତନାଘନା । ତଦନ୍ତ ପାଇଁ ଅଗରତାଲା ଯାଉଛି ଏକ ଉଚ୍ଚସ୍ତରୀୟ କମିଟି । ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ବି. ପରମେଶ୍ୱରନ୍‌ ଓ ପୁରୀ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ରାଧାମାଧବ ଦାଶତ୍ରିପୁରା ଯାଉଛନ୍ତି । ସେଠାରେ ଛାତ୍ରଛାତ୍ରୀଙ୍କୁ କାହିଁକି ନିର୍ଯାତନା ଦିଆଯାଉଛି ସେନେଇ ଅନୁଧ୍ୟାନ ଓ ତଦନ୍ତ କରିବେ । ସେହିପରି ଘଟଣା ସମ୍ପର୍କରେ ତ୍ରିପୁରା ପୋଲିସ ଡିଜିଙ୍କ ସହ କଥା ହୋଇଛନ୍ତି ଓଡ଼ିଶା ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା । କଲେଜ କ୍ୟାମ୍ପସରେ ପୋଲିସ ମୁତୟନ ହୋଇଥିବା ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।

ଅଗରତାଲା ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ ଏକଲବ୍ୟ କ୍ୟାମ୍ପସରେ ୯୦ରୁ ଅଧିକ ବିଏଡ୍‌ ଛାତ୍ରଛାତ୍ରୀ ପଢୁଛନ୍ତି । ୧୦ ଜଣ ଓଡ଼ିଆ ଶିକ୍ଷକ ମଧ୍ୟ ରହିଛନ୍ତି । ଏମାନଙ୍କୁ ସ୍ଥାନୀୟ ଲୋକେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରଛାତ୍ରୀମାନେ ଏକ ଭିଡିଓ ପୋଷ୍ଟ କରି ସରକାରଙ୍କଠାରୁ ସେମାନଙ୍କ ସୁରକ୍ଷା ଦାବି କରିଥିଲେ । ସ୍ଥାନୀୟ ପିଲାଙ୍କୁ ସେଠାରେ ପାଠ ପଢିବାର ସୁଯୋଗ ନଦେଇ, ଅନ୍ୟ ରାଜ୍ୟର ପିଲାଙ୍କୁ ସୁଯୋଗ ଦିଆଯାଉଥିବାରୁ ଏପରି ଆକ୍ରମଣ କରାଯାଉଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ କହିଛନ୍ତି । ଏନେଇ ଛାତ୍ରଛାତ୍ରୀମାନେ ସ୍ଥାନୀୟ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଫଳରେ ସେମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ଗତକାଲିଠାରୁ ପିଲାଙ୍କ ନିବେଦନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପିଲାମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ବିଭିନ୍ନ ମହଲରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

9 hours ago

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…

10 hours ago

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

11 hours ago