Below header

ଟନେଲରେ ଓଡ଼ିଆ ଶ୍ରମିକ: ଫାଇଭ୍-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଲେ ପରିବାର ଲୋକେ

ତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟ ଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟ ଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ । ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତର କାଶୀରେ ପହଂଚି ସାରିଛନ୍ତି। ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ । ୧୩ ଦିନ ଧରି ଉତ୍ତରକାଶୀର ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ଅଛନ୍ତି ।

ଏମାନେ ହେଲେ ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୁରଭଂଜର ବିଶ୍ବେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ। ଏହି ଶ୍ରମିକଙ୍କ ପରିବାର ସଦସ୍ୟ 5T ଅଧ୍ୟକ୍ଷଙ୍କୁ ନବୀନ ନିବାସରେ ସାକ୍ଷାତ କରିଥିଲେ। 5T ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି । ଶ୍ରମିକଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି 5T ଅଧ୍ୟକ୍ଷ ପରିବାର ସଦସ୍ୟଙ୍କୁ କହିଛନ୍ତି । ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ଖୁବ ଶୀଘ୍ର ଫସି ରହିଥିବା ଲୋକେ ପରିବାରକୁ ଫେରି ଆସିବେ ବୋଲି 5T ଅଧ୍ୟକ୍ଷ ଆଶ୍ବାସନା ଦେଇଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.