ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ, ଅନ୍‌ଲାଇନ ଓ ଅଫ୍‌ଲାଇନରେ ହେବ ମୂଲ୍ୟାୟନ

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ। ପୂର୍ବ ବର୍ଷ ପରି ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାଙ୍କନ କରାଯିବ । ତେବେ ପ୍ରଥମ ପ୍ରକ୍ରିୟା ଖାତା ଦେଖା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ । ୨ୟ ପର୍ଯ୍ୟାୟରେ ୪ ଏପ୍ରିଲରୁ ୧୫ ଏପ୍ରିଲ ଯାଏ ଚାଲିବ ଖାତା ଦେଖା

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ। ପୂର୍ବ ବର୍ଷ ପରି ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାଙ୍କନ କରାଯିବ । ତେବେ ପ୍ରଥମ ପ୍ରକ୍ରିୟା ଖାତା ଦେଖା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ । ୨ୟ ପର୍ଯ୍ୟାୟରେ ୪ ଏପ୍ରିଲରୁ ୧୫ ଏପ୍ରିଲ ଯାଏ ଚାଲିବ ଖାତା ଦେଖା । ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ୍ ଓ ୪୧ ଅନଲାଇନ୍ ସେଣ୍ଟର କରାଯାଇଛି। ମୋଟ ୨୮ ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତ ହୋଇଛନ୍ତି। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ସୂଚନା ଅନୁସାରେ, ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ରହିଥିବା ବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି । ମୋଟ ୧ ଲକ୍ଷ ୯୯ ହଜାର ୩୬୧ ଜଣ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଛାତ୍ରଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୬ ହଜାର ୮୮୯ । ସେହିଭଳି ଭାବରେ କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନ ବିଭାଗରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟ ବିଭାଗରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.