ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ପ୍ୟାକେଜ୍‌, ୨୬ କୋଟି ୨୯ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହାକୁ ମଞ୍ଜୁର କରାଯାଇଛି । ଏହାଦ୍ୱାରା ୮୭ ହଜାର ୬୫୭ ଉଠାଦୋକାନୀ ଉପକୃତ ହେବେ । କୋଭିଡ ସଂକ୍ରମଣ ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି ।

ଜୀବନଜୀବିକା ଉପରେ ଏହାର ପ୍ରଭାବ ପଡ଼ିଛି । ସଂକ୍ରମଣ ନିୟନ୍ତ୍ରଣ ପାଇଁ ସହରାଞ୍ଚଳର ଉଠାଦୋକାନୀମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.