ବିଧାନସଭାରେ ଓଡ଼ିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ ପାରିତ , ୫୦ % ଅତିକ୍ରମ କରିବନି ସଂରକ୍ଷଣ ବ୍ୟବସ୍ଥା

ଭୁବନେଶ୍ୱର(କେନ୍ୟୁଜ୍‌): ଓଡ଼ିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ ବିଧାନସଭାରେ ପାରିତ ହୋଇଯାଇଛି । ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ।

ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ। ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ ତାହାକୁ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ।

କିନ୍ତୁ ତାହା ୨୭ପ୍ରତିଶତ ଭିତରେ ରହିବ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ ନାହିଁ। ଏହା ସହ ପଞ୍ଚାୟତ ର୍ନିବାଚନ ପାଇଁ ବାଟ ଫିଟିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.