Below header

ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ବି ଚାଲିପାରିଲାନିି ପ୍ରଶ୍ନକାଳ, ବିରଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ବର: ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ବି ଚାଲିପାରିଲାନିି ପ୍ରଶ୍ନକାଳ। ବିରଧୀଙ୍କ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହକାର୍ଯ୍ୟ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ଧର୍ମାଶଳା ଭିଏଲ୍‌ଡବ୍ଲୁ ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ। ପୋଡିୟମ ତଳକୁ ଆସି କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ। ସେହିପିରି ବିଜେପି ବିଧାୟକମାନେ ବ୍ୟାନର ଦେଖାଇ ବିରୋଧ ପ୍ରଦର୍ସନ କରିଥିଲେ। ପ୍ରଶ୍ନକାଳ ବାତିଲ କରି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଦାବି କରିବା ସହ ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗରେ ତଦନ୍ତ ଦାବି କରିଥିଲେ। ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହକାର୍ଯ୍ୟ ଚାଲିନପାରିବାରୁ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.