ରାଜ୍ୟ

ଏଥର ପ୍ରତିଦିନ ୬ ଘଣ୍ଟା ଲେଖାଏଁ ଚାଲିବ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର(କେନ୍ୟୁଜ): ଏଥର ପ୍ରତିଦିନ ୬ ଘଣ୍ଟା ଲେଖାଏଁ ଚାଲିବ ବିଧାନସଭା ବଜେଟ୍‌ ଅଧିବେଶନ । ଏନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି । ଅଧିବେଶନ କିଭଳି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସି ଆଲୋଚନା କରାଯାଇଛି ।

ସୂଚନ ଥାଉକି, ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିଲା ସର୍ବଦଳୀୟ ବୈଠକ। ଜୁଲାଇ ୨ରୁ ଆରମ୍ଭ ହେଉଛି ବଜେଟ୍‌ ଅଧିବେଶନ। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରିବେ। ଏହି ଅଧିବେଶନ କିଭଳି ସୁରୁଖୁରରେ ଚାଲିବ ସେଥିପାଇଁ ଆଜି ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସବୁ ଦଳର ନେତାମାନେ ଯୋଗ ଦେଇଥିଲେ।

ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ପର୍ଯ୍ୟାୟରେ ଜୁଲାଇ ୨ରୁ ୬ ତାରିଖ ଯାଏ ଗୃହ ଚାଲିବ। ଜୁଲାଇ ୭ରୁ ୧୩ ପର୍ଯ୍ୟନ୍ତ ଗୃହ ମୁତଲବୀ ରହିବ। ୧୪ରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ଯାଏ ଚାଲିବ। ସେପଟେ ଆଜିଠାରୁ ବିଧାୟକ, ମନ୍ତ୍ରୀଙ୍କ କୋଭିଡ଼ ଟେଷ୍ଟ ମଧ୍ୟ ବିଧାନସଭା ପରିସରରେ ହେବ। ତିନିଦିନ ଧରି ବିଧାନସଭା ପରିସରରେ ଚାଲିବ କୋଭିଡ଼ ଟେଷ୍ଟ। ଯେହେତୁ ସାରା ରାଜ୍ୟରେ କରୋନା ଗ୍ରାଫ ଟିକେ ଉପରମୁହାଁ ହେଉଛି। ତାକୁ ଦୃଷ୍ଟିରେ ଏ ଅଧିବେଶନ କୋଭିଡ଼ କଟକଣା ଭିତରେ ହୋଇପାରେ।

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

11 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

14 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

20 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

29 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

29 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

47 mins ago