ରାଜ୍ୟ

୧୮ରୁ ପୁଣି ଅସ୍ତବ୍ୟସ୍ତ କରିବ ଗ୍ରୀଷ୍ମ ଲହରୀ, ୨୫ରେ ଲଘୁଚାପ !

ଭୁବନେଶ୍ୱର (କେନ୍ୟୁଜ): ବଢିବ ତାତି, ଆସିବ ଲଘୁଚାପ ।  ୧୮ରୁ ପୁଣି ଅସ୍ତବ୍ୟସ୍ତ କରିବ ଗ୍ରୀଷ୍ମ ଲହରୀ । ରାଜ୍ୟରେ ଗ୍ରୀଷ୍ମଲହରୀ ନେଇ ୧୮ତାରିଖରୁ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ରାଜ୍ୟ ମଧ୍ୟକୁ ଉଭୟ ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ଏବଂ ଉତ୍ତର ପଶ୍ଚିମ ଓ ପଶ୍ଚିମ ଦିଗରୁ ବାୟୁମଣ୍ଡଳର ନିମ୍ନ ଭାଗରେ ଶୁଷ୍କ ବାୟୁ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ଦିନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ।

ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ୧୬ ତାରିଖରେ ପଶ୍ଚିମ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ତାତି ୪୧ ଡିଗ୍ରୀ ଟପିପାରେ । ଗ୍ରୀଷ୍ମଲହରୀ ପାଇଁ ୪ ଜିଲ୍ଲା ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା ଓ ୧୯ ତାରିଖରେ ୬ ଜିଲ୍ଲା ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳରେ ତାପମାତ୍ରା କମ ରହିଲେ ମଧ୍ୟ ଆର୍ଦ୍ରତା ପ୍ରଭାବରୁ ଗୁଳୁଗୁଳି ଅନୁଭୂତ ହେବ ।

ଏପଟେ ବିଭିନ୍ନ ମଡେଲରୁ ଅନୁମାନ କରାଯାଉଛି , ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇ ଆସନ୍ତା ୨୫ ତାରିଖରେ ପୂର୍ବ ଭାରତ ଉପକୂଳ ଆଡକୁ ମୁହାଁଇବ। ଏହା ଘନୀଭୂତ ହୋଇ ଅବପାତ ରୂପ ବି ନେଇପାରେ। କେତେକ ମଡେଲ ଦର୍ଶାଉଛି ଏହାର ଗତି ମିଆଁମାର କିମ୍ବା ବାଂଲାଦେଶ ଆଡ଼କୁ ରହିପାରେ।

Barsha

Recent Posts

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

47 mins ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago

ବାପା ମାଟି ତଳୁ ଉଦ୍ଧାର ମା’ ଏବେବି ନିଖୋଜ ; ପୁଅକୁ ଉଚିତ୍‌ ଦଣ୍ଡ ଦେବାକୁ ଝିଅର ଦାବି

ସୋର(କେନ୍ୟୁଜ୍‌): ଜହ୍ଲାଦ ପୁଅ । ସବୁ ସୀମା ପାର୍‌ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…

3 hours ago