ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(କେନ୍ୟୁଜ): ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ କିଛି ପ୍ରକ୍ରିୟା ଜାରି ରହିଛି । ସେସବୁ ପ୍ରକ୍ରିୟା ଶୀଘ୍ର ସାରି ରେଜଲ୍ଟ ପ୍ରକାଶ କରିବାକୁ ଉଦ୍ୟମ ଚାଲିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଥିବା ବେଳେ ଏହି ସୂଚନା ଦେଇଛନ୍ତି ସମୀର ଦାଶ । ଚଳିତବର୍ଷ ନୂଆ ଶୈଳୀରେ ମାଟ୍ରିକ ପରୀକ୍ଷା ହୋଇଥିଲା । ରେଜଲ୍ଟକୁ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ୫୮ଟି କେନ୍ଦ୍ରରେ ମୂଲ୍ୟାୟନ ହୋଇଥିଲା । ୧୨ ହଜାରରୁ ଅଧିକ ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ ।

ଆଜି ବାଲେଶ୍ୱର ସହରର ବିଭିନ୍ନ ସ୍କୁଲ ବୁଲି ଦେଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଭିନ୍ନ ସମସ୍ୟା ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ସବ କଥା ହୋଇଥିଲେ । ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ ପଣିକିଆ କହି ନପାରିବାରୁ ଶ୍ରେଣୀ ଶିକ୍ଷକ ଓ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.