୫ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର : ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟିପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ଶ୍ରମିକଙ୍କ ସର୍ବ ନିମ୍ନ ମଜୁରୀ ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବୃଦ୍ଧି ପାଇଛି। ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ରୁ୪୫୦ ଟଙ୍କାକୁବଢ଼ିଛି। ସେହିଭଳି କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ୫୦୦, ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ୬୦୦କୁ ବୃଦ୍ଧିପାଇଛି।
ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ ମିଳିଛି । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ୟୁନିଭର୍ସିଟିରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବ । ଏଥିସହିତ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପ୍ରଚେଷ୍ଟା କରାଯିବ ବୋଲି କ୍ୟାବିନେଟ୍ ବୈଠକରେ କୁହାଯାଇଛି ।
ଏଥିସହିତ ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ । ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। ସେହିପରି କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ସାମିଲ କରାଯିବ। ବାଦ୍ ପଡ଼ିଥିବା ଚାଷୀଙ୍କୁ ସାମିଲ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।