ଆଜି ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ , କାଲି ସବୁ ଜିଲ୍ଲାପାଳମାନଙ୍କ ସହ କରିବେ ଆଲୋଚନା

ଆଜି ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆସନ୍ତାକାଲି ଖାରବେଳ ଭବନରେ ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିବେ EC ଟିମ୍। ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ।

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆସନ୍ତାକାଲି ଖାରବେଳ ଭବନରେ ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିବେ EC ଟିମ୍। ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ। ଭୋଟର ତାଲିକା ସଂଶୋଧନ ପାଇଁ ପ୍ରକ୍ରିୟା ଚାଲିଛି। ଅକ୍ଟୋବରରେ ସମସ୍ତ EVM ଓ ଭିଭିପାଟ୍ ଯାଞ୍ଚ କରାଯିବ। ନିର୍ବାଚନ କମିଶନଙ୍କ ଟିମ୍ ଆସିବା ପୂର୍ବରୁ ରାଜ୍ୟ ନିର୍ବାଚନ ଅଧିକାରୀ ଯୁବ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ କରିବା ପାଇଁ ଆରମ୍ଭ କରି ଦେଇଛନ୍ତି ସ୍ପେଶାଲ ଡ୍ରାଇଭ।

ସୂଚନା ଥାଉକି, ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଜୋର ଧରିଲା। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ବୟାନ ଏପରି ଚର୍ଚ୍ଚାକୁ ଆହୁରି ଜୋର କରିଛି । ରାଜ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଆଜି ଏକ ସୂଚନା ଦେଇ କହିଛନ୍ତି, ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ ହେବ ଯାଞ୍ଚ ।

Leave A Reply

Your email address will not be published.