ନେତାଜୀ ଜୟନ୍ତୀରେ ରାଜ୍ୟବାସୀଙ୍କୁ ବଡ଼ ଭେଟି: କଟକ ଖାନନଗରରେ ନେତାଜୀ ବସ ଟର୍ମିନାଲର ଶୀଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ : ନେତାଜୀ ଜୟନ୍ତୀରେ ରାଜ୍ୟବାସୀଙ୍କୁ ବଡ଼ ଭେଟି । ଖାନନଗରରେ ନେତାଜୀ ବସ ଟର୍ମିନାଲର ଶୀଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୨ ଏକର ଜମିରେ ନିର୍ମିତ ହେବାକୁ ଥିବା ଅତ୍ୟାଧୁନିକ ବସ ଟର୍ମିନାଲର ଶୀଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନେତାଜୀଙ୍କ ନାମରେ ନାମିତ ହେବ ଏହି ଅତ୍ୟାଧୁନିକ ବସ ଟର୍ମିନାଲ । ବସ ଟର୍ମିନାଲ ନିର୍ମାଣ ପାଇଁ ୬୫ କୋଟି ଖର୍ଚ୍ଚ ହେବ ।

ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ୱତନ୍ତ୍ର କିଓସ୍କ କରାଯିବ । ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ Motif ଓ painting ରଖାଯିବ । ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏଠାରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂ କରିପାରିବେ । ଯାତ୍ରୀମାନଙ୍କ ସୁବିଧା ପାଇଁ Integrated Information Management system ମଧ୍ୟ ରହିବ । ଏଥିରେ ଏକ ବୃହତ ଟର୍ମିନାଲ ବିଲ୍ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ (Regular Bus Bay), ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ ।

୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ର୍ନିମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, Cloak Room, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ । ଏହି ଟର୍ମିନାଲ ଏହି ର୍ନିମାଣ ପାଇଁ କଟକର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରାଯିବ ।

Leave A Reply

Your email address will not be published.