ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଜନସାଧାରଣଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତି ରହି ଜନ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ଲୋକଙ୍କ ଅଭିଯୋଗ, ହାରିଗୁହାରୀ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁସଂପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ଆଦେଶ ଦେଉଛନ୍ତି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ କୃଷ୍ଣଚନ୍ଦ୍ର ପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.