ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର(କେନ୍ୟୁଜ୍): ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ତାଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି ହୋଇଛି । ୨୦୨୩ ଫେବ୍ରୁଆରୀ ୨୮ ତାରିଖ ଯାଏ ତାଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି କେନ୍ଦ୍ର ସରକାର । ଆସନ୍ତା ୩୧ ତାରିଖରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା । ଦ୍ୱିତୀୟ ଥର ତାଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି ।

୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁରେଶ ମହାପାତ୍ର । ୨୦୨୧ ଜାନୁଆରୀ ୧ ତାରିଖରୁ ସେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟ କରୁଛନ୍ତି । ଗତ ଫେବ୍ରୁଆରୀ ୨୮ ତାରିଖରେ ତାଙ୍କ କାର୍ଯ୍ୟକାଳ ସରୁଥିଲା । ଏହାପରେ ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି ହୋଇଥିଲା । ଏବେ ଦ୍ୱିତୀୟ ଥର କାର୍ଯ୍ୟକାଳ ବୃଦ୍ଧି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.