ଆଜି ସକାଳ ସାଢେ ୧୦ଟାରୁ ଯୁକ୍ତ ଦୁଇ ପରୀକ୍ଷା, କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଆଜିଠାରୁ ଆରମ୍ଭ ହେଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେବେ ବିଜ୍ଞାନ ବିଭାଗ ଛାତ୍ର ଛାତ୍ରୀ । ସକାଳ ସାଢେ ୧୦ଟାରେ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପୂର୍ବରୁ ପହଞ୍ଚିବାକୁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠାରୁ ଆରମ୍ଭ ହେଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେବେ ବିଜ୍ଞାନ ବିଭାଗ ଛାତ୍ର ଛାତ୍ରୀ । ସକାଳ ସାଢେ ୧୦ଟାରେ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପୂର୍ବରୁ ପହଞ୍ଚିବାକୁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।

୧୫ ମିନିଟ୍ ପୂର୍ବରୁ ହଲରେ ପ୍ରବେଶ କରିବେ ଓ ୧୦ ମିନିଟ ପୂର୍ବରୁ ଉତ୍ତରଖାତା ଓ ୫ ମିନିଟ ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପ୍ରଶ୍ନପତ୍ର ଦିଆଯିବ । କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ପରୀକ୍ଷା ହଲ ସମେତ ପ୍ରଶ୍ନପତ୍ର ଥିବା ହବରୁ ଲାଇଭ ଷ୍ଟ୍ରିମିଂ ହେବ। କଳା, ବାଣିଜ୍ୟ ଓ ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ମୋଟ ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ ।

ରେଗୁଲାରରେ ୩ ଲକ୍ଷ ୬୦ ହଜାର ୧୯୮ ଓ ଏକ୍ସ ରେଗୁଲାରରେ ୨୬ ହଜାର ୫୨ ପରୀକ୍ଷାର୍ଥୀ ଅଛନ୍ତି । ଏମାନଙ୍କ ଭିତରେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ । ଛାତ୍ରୀଙ୍କ ସଂଖ୍ୟା ୧ ଲକ୍ଷ ୯୯ ହଜାର ୩୬୧  । କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୯୧ ଜଣ ପରୀକ୍ଷା ଦେବେ । ମାର୍ଚ୍ଚ ୨୦ ଯାଏ ଚାଲିବ ଯୁକ୍ତ ଦୁଇ ପରୀକ୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.