ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ରେଜଲ୍ଟ ପ୍ରକାଶ ପାଇବ । ୩୧ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ପୂର୍ବରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏଥି ପାଇଁ ଅନୁମତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି ।

କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ପ୍ରକାଶ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.