Below header

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ସହିଦ ପରିବାରକୁ ସହାୟତା ରାଶି ବଢ଼ିଲା ଦୁଇ ଗୁଣା

ଭୁବନେଶ୍ୱର (କେନ୍ୟୁଜ୍) : ଯୁଦ୍ଧ ଏବଂ ଉଗ୍ରବାଦର ମୁକାବିଲା ସମୟରେ ସହିଦ ହେଉଥିବା ଓଡ଼ିଆ ଯବାନମାନଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ରାଶି ପରିମାଣକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳି ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହିଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି । ପ୍ରାଥମିକ ଭାବରେ ଏହି ସହାୟତା ରାଶି ୧ ଲକ୍ଷ ଟଙ୍କା ରହିଥିଲା । ୨୦୧୦ ଓ ୨୦୧୨ରେ ଏହାକୁ ଯଥାକ୍ରମେ ୨ ଲକ୍ଷ ଓ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ଏବେ ଏହାକୁ ୧୦ ଲକ୍ଷ ଟଙ୍କା କରାଯାଇଛି ।

ସହିଦ ପରିବାର ପାଇଁ ସହାୟତା ରାଶି ୫ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ସମାଜବାଦୀ ପାର୍ଟି ଓଡ଼ିଶା ଶାଖାର ସଭାପତି ରବି ବେହେରା । ସେହିପରି ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଭିନ୍ନକ୍ଷମ ଭତ୍ତା ମାସିକ ୨ ହଜ଼ାର ଟଙ୍କାକୁ ବୃଦ୍ଧି କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.