ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା

ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା ହୋଇଛି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ବୟସ ସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି କହିଛନ୍ତି ।