ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ପ୍ୟାକେଜ: ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାକୁ ୫ କୋଟି ଲେଖାଏଁ ଆର୍ଥିକ ଅନୁଦାନ

 ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । କୋଭିଡ ରୋଗର ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସଫଳତାର ସହ କାମ କରି ଆସୁଛି । କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲା ପରେ ଏବେ ପଶ୍ଚିମ ଓଡିଶା ପାଇଁ ରାଉରକେଲାରେ ପ୍ଲାଜମା ବ୍ୟାଙ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସିତ ଗୁରୁତର ରୋଗୀ ମାନଙ୍କୁ ରାଉରକେଲାର IGH ହସ୍‌ପିଟାଲରୁ ପ୍ଲାଜମା ଥେରାପି ଚିକିତ୍ସା ଯୋଗାଇ ଦିଆଯିବ। ଏଥିସହିତ ରାଉରକେଲାର କୋଭିଡ କେୟାର ସେଣ୍ଟର ଗୁଡିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୁନ୍ଦରଗଡ ଜିଲ୍ଲାରେ କୋଭିଡ ଯୋଦ୍ଧା ମାନଙ୍କର ନିରନ୍ତର ଉଦ୍ୟମ ଓ ସେବା ପାଇଁ ଜିଲ୍ଲାରେ ଆରୋଗ୍ୟ ହାର ୮୫ ପ୍ରତିଶତରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି । ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ବର୍ତ୍ତମାନ ସୁଦ୍ଧା DMF ସୁନ୍ଦରଗଡରୁ ୨୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ସେଣ୍ଟର ଗୁଡିକର ଭିତ୍ତିଭୂମି ବିକାଶ ପାଇଁ ଆଉ CMRFରୁ ୫ କୋଟି ଟଙ୍କା ମଞ୍ଜୁର କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଉରକେଲାର ବସ୍ତି ଅଞ୍ଚଳ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳ ଉପରେ ଅଧିକ ଫୋକସ୍ କରିବା ସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ ଓ କଣ୍ଟେଟମେଣ୍ଟ ଜୋନ୍‌ରେ ଟେଷ୍ଟିଂ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଜିଲ୍ଲାରେ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ପାଇଁ ଜିଲ୍ଲା ପ୍ରଶାସନକୁ ସହଯୋଗର ହାତ ବଢାଇଥିବାରୁ ମୁଖ୍ୟମନ୍ତ୍ରୀ ରାଉରକେଲା ଷ୍ଟିଲ ପ୍ଲାଣ୍ଟ, NTPC , MCL ଓ OCLକୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।

ଯାଜପୁର ଜିଲ୍ଲାକୁ ଗତ କିଛି ଦିନ ମଧ୍ୟରେ ୨୬ ହଜାରରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିଥିବାରୁ ଏବଂ ଆରୋଗ୍ୟ ହାରକୁ ୮୬.୫ ପ୍ରତିଶତରେ ପହଞ୍ଚାଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ। ଏପର୍ଯ୍ୟନ୍ତ ଯାଜପୁର ଜିଲ୍ଲା ପ୍ରଶାସନ ଊଗୠରୁ କୋଭିଡ ପରିଚାଳନା ପାଇଁ ୧୩.୫ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜିଲ୍ଲାପାଇଁ ୫ କୋଟି ଟଙ୍କା ମଞ୍ଜୁର ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଜିଲ୍ଲାରେ କୋଭିଡ ଚିକିତ୍ସା ପାଇଁ ଅଧିକ ୨୫୦ ଶଯ୍ୟା ବୃଦ୍ଧି କରିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଭିନ୍ନ କର୍ପୋରେଟ ଓ ଶିଳ୍ପ ସଂସ୍ଥା ସହଯୋଗରେ ଜିଲ୍ଲାରେ ଅଧିକ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ବେଚ୍ଛାସେବୀ ତଥା ଧାର୍ମିକ ସାମାଜିକ ସଂଗଠନ ଓ କର୍ପୋରେଟ ସଂସ୍ଥା ମାନଙ୍କୁ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ସହଯୋଗ କରିବାକୁ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ।

ଯାଜପୁର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ମନ୍ତ୍ରୀ ଶ୍ରୀ ସମୀର ଦାଶ ଏବଂ ସୁନ୍ଦରଗଡ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ନାୟକ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ସୁଚିନ୍ତିତ ମତାମତ ଦେଇଥିଲେ। ସୁନ୍ଦରଗଡ ଓ ଯାଜପୁରର ଜିଲ୍ଲାପାଳ ଏବଂ ରାଉରକେଲାର ମ୍ୟୁନିସ୍‌ପାଲ କମିଶନର ସେମାନଙ୍କ ଅଞ୍ଚଳରେ କୋଭିଡ ପରିଚାଳନା ବିଷୟରେ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ଆସୁଥିବା ବିଷୟ ସୂଚନା ଦେଇଥିଲେ । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର‌୍ୟ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

KNews Bureau

Recent Posts

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆସ୍ୱସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

2 mins ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

19 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

20 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

23 mins ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

28 mins ago

ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ, କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ

ଯାଜପୁର ଟାଉନ(କେନ୍ୟୁଜ୍‌): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ  । ମୃତକ ହେଲେ ମନୋରଞ୍ଜନ…

29 mins ago