Below header

ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ୨୫ ପ୍ରତିଶତ ପାରିଶ୍ରମିକ ବୃଦ୍ଧି, ନେଇପାରିବେ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି

Service Provider Agency ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଙ୍ଗ (Outsourcing) କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି।

ଭୁବନେଶ୍ୱର : Service Provider Agency ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଙ୍ଗ (Outsourcing) କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ରହିଛି।

ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ। ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ। Outsourcing କର୍ମଚାରୀମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ସେହି ଅନୁଯାୟୀ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.