ରାଜ୍ୟ

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁ ଥାଆନ୍ତି। ତାଙ୍କ ଭିତରେ ଥିଲେ କିଛି ଛଟେଇ କମ୍ପ୍ୟୁଟର ଶିକ୍ଷକ । ସେମାନଙ୍କ ଭିତରେ ଜଣେ ଥିଲେ ଅର୍ଜୁନ ନାୟକ। ଅର୍ଜୁନଙ୍କର ଗୋଟିଏ ଗୋଡ ନ ଥିଲା। ଦୁର୍ଘଟଣାରେ ସେ ଗୋଟିଏ ଗୋଡ ହରାଇଥିଲେ। ତାଙ୍କୁ ଦେଖି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କଲେ। ତାଙ୍କ ସମସ୍ୟା ବିଷୟରେ ଶୁଣିଲେ। ତାଙ୍କୁ ନିଜ ହାତରେ ମୁଖ୍ୟମନ୍ତ୍ରୀ ପାଣି ପିଆଇ ଅଧର୍ଯ୍ୟ ନ ହେବା ପାଇଁ ଶାନ୍ତ୍ବନା ଦେଲେ । ଅର୍ଜୁନ ନିଜ ଆଖିକୁ ବିଶ୍ବାସ କରି ପାରିଲେ ନାହିଁ। ତାଙ୍କ ଆଖିରୁ ଝରି ପଡୁଥାଏ ଅନନ୍ଦାଶ୍ରୁ। ଆଶା, ବିଶ୍ବାସ ଓ ଭରସା ନେଇ ସେ ଫେରିଲେ।

ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ଖୁସି, ଆନନ୍ଦ, ବିଶ୍ବାସ ଓ ଭରସା ନେଇ ଫେରୁଛନ୍ତି । ଗତ ଜୁନ ୧୨ ତାରିଖରେ ଦାୟିତ୍ଵ ନେବା ପରଠାରୁ ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି । ନିଜ ବାସଗୃହଠାରୁ ଆରମ୍ଭ କରି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯାଳୟ ପର୍ଯ୍ଯନ୍ତ ସବୁଠାରେ ସାଧାରଣ ଲୋକଙ୍କୁ ମୁଖ୍ଯମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳୁଛି । ମୁଖ୍ଯମନ୍ତ୍ରୀଙ୍କୁ ଭେଟିବା ପାଇଁ କୌଣସିଠାରେ ସାଧାରଣ ଲୋକଙ୍କ ପାଇଁ କୌଣସି ପ୍ରତିବନ୍ଧକ ନାହିଁ ।୧୨ ତାରିଖରୁ ଆଜି ସୁଦ୍ଧା ରାଜ୍ଯର ବିଭିନ୍ନ ପ୍ରାନ୍ତରୁ ଆସି ପ୍ରାୟ ୧ ଲକ୍ଷ ମହିଳା, ଛୋଟପିଲା ଏବଂ ସାଧାରଣ ଲୋକ ମୁଖ୍ଯମନ୍ତ୍ରୀଙ୍କୁ ଭେଟିଲେଣି । ମୁଖ୍ଯମନ୍ତ୍ରୀଙ୍କୁ ଭେଟି ସାଧାରଣ ଲୋକଟିଏ ଅନୁଭବ କରୁଛି ଯେ ମୁଖ୍ଯମନ୍ତ୍ରୀ ମଧ୍ଯ ଆମ ଭିତରୁ ଜଣେ । ନାଁ ଅଛି ତାଙ୍କ ପାଖରେ କ୍ଷମତାର ଚାକଚକ୍ଯ ନାଁ ଅଛି ସରକାରୀ ଆଦବ କାଇଦା l ସମସ୍ତଙ୍କ ମୁହଁରେ ଗୋଟିଏ କଥା ଏ ହେଉଛନ୍ତି ଲୋକଙ୍କ ମୁଖ୍ଯମନ୍ତ୍ରୀ ।

ଲୋକଙ୍କ ଏହି ଭଲପାଇବା ବିଷୟରେ ଗଣମାଧ୍ଯମରେ ପ୍ରତିକ୍ରିୟା ରଖି ମୁଖ୍ଯମନ୍ତ୍ରୀ କହିଲେ ଯେ, ଗତ ୨୪ ବର୍ଷ ଭିତରେ ଲୋକମାନେ ସେମାନଙ୍କ ସୁବିଧା ଅସୁବିଧା ସରକାରଙ୍କୁ ଜଣାଇବାକୁ ସୁଯୋଗ ପାଉନଥିଲେ । ସେମାନଙ୍କୁ ଯେଉଁ ନାୟ ମିଳିବା କଥା ତାହା ମିଳୁ ନଥିଲା । ମୁଁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ଯମନ୍ତ୍ରୀ ହୋଇଛି । ତଳ ସ୍ତରର ସମସ୍ଯା କଣ ରହିଛି ସେ ବିଷୟରେ ଭଲ ଭାବରେ ଜାଣିଛି । ଲୋକଙ୍କ ସହ ଭଲରେ ମିଶିଲେ ଯାଇ ତଳ ସ୍ତରର ସମସ୍ଯାର ସମାଧାନ ପାଇଁ ବାଟ ଫିଟିବ । ତେଣୁ ଲୋକମାନେ ତାଙ୍କ ସ୍ଵଇଚ୍ଛାରେ ମୁଖ୍ଯମନ୍ତ୍ରୀଙ୍କୁ ଭେଟିବା ପାଇଁ ଆସୁଛନ୍ତି । ଲୋକମାନେ ବିକାଶ ଚାହୁଁ ଥିଲେ, ସେବା ଚାହୁଁ ଥିଲେ, ତେଣୁ ସେମାନେ ପରିବର୍ତ୍ତନ ଆଣିଲେ । ଏ ସରକାର ହେଉଛି ଲୋକଙ୍କ ସରକାର, ମୁଖ୍ଯମନ୍ତ୍ରୀ ମଧ୍ଯ ଲୋକଙ୍କ ମୁଖ୍ଯମନ୍ତ୍ରୀ । ଏବେ ଲୋକମାନେ ଚାହୁଁଛନ୍ତି ମୁଖ୍ଯମନ୍ତ୍ରୀ ଆମର, ମୁଖ୍ଯମନ୍ତ୍ରୀ ଆମକୁ ଦେଖାଦେବା ଦରକାର ।

 

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago