ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣିବାର ସ୍ଥାନ ଓ ତାର ସ୍ଥିତି ପରଖିଛନ୍ତି ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ।  ଏ ନେଇ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍ ବ୍ୟବସ୍ଥା ଓ କିପରି ଶୃଙ୍ଖଳିତ ଭାବେ ଶୁଣାଣି ହେବ ସେନେଇ ଅଧିକାରୀଙ୍କ ସହ ଆଜି ଆଲୋଚନା କରିଛନ୍ତି ।

ପ୍ରାପ୍ତ ସୂଚନା ଅନୁଯାଇ ୫ ନମ୍ବର ସ୍ଥିତ କ୍ଵାଟରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ । ୨ ଦିନ ମଧ୍ୟରେ ସବୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ବୁଲି ଦେଖିଛନ୍ତି ସଚିବ । ଖୁବଶୀଘ୍ର ବାସଗୃହ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି।