ଉଠା ଦୋକାନୀଙ୍କୁ ଆଶ୍ୱସ୍ତି: ୩ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍): ଉଠା ଦୋକାନୀଙ୍କୁ ଆଶ୍ୱସ୍ତି । ଉଠାଦୋକାନୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ମିଳିଲା। ୧ ଲକ୍ଷ ୧ ହଜାର ପଥପାର୍ଶ୍ୱ ବିକାଳୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି। ରାଜ୍ୟର ୫ ମହାନଗରରେ ଉଠା ଦୋକାନୀଙ୍କୁ କୋଭିଡ଼ ସହାୟତା ପ୍ରଦାନ କରାଯାଇଛି।

ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ସହାୟତା ଦିଆଯିବ। ଉଠାଦୋକାନୀ ଅର୍ଥନୀତିର ଗୁରୁତ୍ୱପୂର୍ଣ୍ଣ ଅଂଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେମାନଙ୍କ ଗୁରୁତ୍ୱ ରହିଛି ଓ ଆଗକୁ ରହିବ। କରୋନା ସମସ୍ତଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପକାଇଛି। ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.