Below header

୪୬ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ଆସିଲା କାଳିଆ ଯୋଜନା ଟଙ୍କା

ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା। ୪୬ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର। ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଚାଷୀଙ୍କ ଜମାଖାତାକୁ ସିଧାସଳଖ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଫସଲ ପାଇଁ କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି।

ଭୁବନେଶ୍ୱର(କେନ୍ୟୁଜ୍‌): ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା । ରାଜ୍ୟର ୪୬ ଲକ୍ଷ ଚାଷୀଙ୍କୁ ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ଏହି କାଳିଆ ସହାୟତା ୨୦୨୪ ପ୍ରଦାନ କରାଯାଇଛି । ରାଜ୍ୟର ୧୮ ଲକ୍ଷରୁ ଉର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ଅତିରିକ୍ତ ଦୁଇହଜାର ଟଙ୍କା ଲେଖାଏଁ ଖରିଫ ସହାୟତା ପ୍ରଦାନ କରାଯାଇଛି । ମୋଟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।

ଏହା ସହ ସମସ୍ତ ୩୦ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଳିଆ ଟଙ୍କା ବଣ୍ଟନ ଅବସରରେ କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ଅର୍ଥାତ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୬୦୩୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏଣିକି ବଦଳିବ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ । କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ NIT, IIT, IIM, AIIMS, ICAR ପରି ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.