ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଏଥିସହ ସେ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହା ସହ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ‘ଅହିଂସା ରଥ’ର ରାଜ୍ୟବ୍ୟାପୀ ପରିକ୍ରମାର ଶୁଭାରମ୍ଭ କରିଛନ୍ତି ନବୀନ ପଟ୍ଟନାୟକ । ଏହି ଅସବସରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସମେତ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ନିଜ ଅଭିବାଦନ ମୁଖ୍ୟମନ୍ତ୍ରୀ କହିଥିଲେ ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି । ୭୫ ବର୍ଷରେ ଓଡ଼ିଶା ଅନେକ ଲ୍ୟାଣ୍ଡମାର୍କ ହାସଲ କରି ଦେଶକୁ ରାସ୍ତା ଦେଖାଇଛି । ଓଡ଼ିଶାରେ ଆଜି ଟ୍ରାନସ୍‌ଫରମେସନର ନୂଆ ଯୁଗ ଆରମ୍ଭ ହୋଇଛି । ଓଡିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଖାଦ୍ୟ ଅଭାବରୁ ଖାଦ୍ୟ ବଳକା ରାଜ୍ୟ ହେବା, ବିପର୍ଯ୍ୟୟ ପରିଚାଳନାରେ ବିଶ୍ଵ ପାଇଁ ଆଦର୍ଶ ସୃଷ୍ଟି କରିବା, ସ୍ପୋର୍ଟସ ହବ୍‌ ଭାବେ ପାଲଟିଛି ରାଜ୍ୟ । ୭୦ ଲକ୍ଷ ମା’ଙ୍କୁ ସଶକ୍ତ କରିବା ଆଦି ଲ୍ୟାଣ୍ଡମାର୍କ ଓଡିଶାର ଜୟଯାତ୍ରାର ପ୍ରତୀକ ।

ଶିକ୍ଷା ଆମର ଫୋକସ । ଆମ ସ୍କୁଲ ରୂପାନ୍ତରିକରଣ ପ୍ରୋଗ୍ରାମ, କ୍ୱାଲିଟି ଏଜୁକେସନ, ଦୃଢ ପ୍ରତିଶ୍ରୁତି ବହନ କରୁଛି । ପିଲାଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି । ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍‌ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ଵରର ଆଇକନିକ୍‌ OAV ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ୍‌ ପିଲା ପାଠ ପଢୁଛନ୍ତି । ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.