BJD ର ପଞ୍ଚମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, କଣ୍ଟାବାଞ୍ଜିରୁ ଲଢିବେ ନବୀନ ପଟ୍ଟନାୟକ
ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥର ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ ନବୀନ ।

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥର ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ ନବୀନ । ଅନ୍ୟପଟେ ସମ୍ବଲପୁର ଓ ରେଢ଼ାଖୋଲରେ ପ୍ରାର୍ଥୀ ବଦଳିଛନ୍ତି । ସମ୍ବଲପୁରରୁ ରୋହିତ ପୂଜାରୀଙ୍କୁ ଟିକେଟ ମିଳିଥିବା ବେଳେ ରେଢ଼ାଖୋଲରୁ ପ୍ରାର୍ଥୀ ହେବେ ପ୍ରସନ୍ନ ଆଚାର୍ଯ୍ୟ ।
ସେହିପରି ଚିତ୍ରକୋଣ୍ତାରୁ ଲଢ଼ିବେ ଲକ୍ଷ୍ମୀପ୍ରିୟା ନାୟକ, ପଦ୍ମପୁରରୁ ଲଢ଼ିବେ ବର୍ଷା ସିଂ ବରିହା, କୁଚିଣ୍ଡାରୁ ରାଜେନ୍ଦ୍ର ଛତ୍ରିଆ, ଦେବଗଡ଼ରୁ ଅରୁନ୍ଧତୀ ଦେବୀ, ଅନୁଗୁଳରୁ ସଂଯୁକ୍ତା ସିଂହ, ନିମାପଡ଼ାରୁ ଦିଲୀପ ନାୟକ, ସାନଖେମୁଣ୍ଡିରୁ ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ଜୟପୁରରୁ ଇନ୍ଦିରା ନନ୍ଦଙ୍କୁ ମିଳିଲା ଟିକେଟ ।