ରାଜ୍ୟ

ରୋମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମହାତ୍ମା ଗାନ୍ଧିଙ୍କୁ ଅର୍ପଣ କଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର(କେନ୍ୟୁଜ) :  ୧୦ଦିନିଆ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ପହଞ୍ଚିବା ପରେ ଆଜି ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବେ ବୋଲି ଜଣାପଡ଼ିଛି। ରୋମ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଏବଂ ନୀତି ଦ୍ୱାରା ମୁଁ ଅନୁପ୍ରାଣିତ।

୨୦୧୮ ମସିହାରେ ଦେଶବ୍ୟାପୀ ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜନ୍ମୋତ୍ସବ ପାଳନ ଲାଗି ଗଠିତ ଜାତୀୟ କମିଟିର ପ୍ରଥମ ବୈଠକରେ ମୁଖ୍ୟମନ୍ତ୍ରୀ ଭାରତୀୟ ସମ୍ବିଧାନର ମୁଖବନ୍ଧ ବା ପ୍ରିଏମ୍ବଲରେ ‘ଅହିଂସା’ ଶବ୍ଦ ସାମିଲ୍ କରିବାକୁ ପ୍ରସ୍ତାବ ଦେଇଥିଲେ। ଏହା ମହାତ୍ମାଙ୍କ ପ୍ରତି ସବୁଠାରୁ ବଡ଼ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ ମତ ରଖିଥିଲେ।

ମୁଖ୍ୟମନ୍ତ୍ରୀ ରୋମ୍ ରେ ୨୬ତାରିଖ ପର୍ଯ୍ୟନ୍ତ ରହିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ସେଠାରେ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫ୍ପି) ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନା ଦିଗରେ ପରିବର୍ତ୍ତନଶୀଳ ପଦକ୍ଷେପ ସମ୍ପର୍କରେ ନିଜର ଅନୁଭୂତି ଓ ସଫଳତାର ଚିତ୍ର ଉପସ୍ଥାପନ କରିବେ।

ଏବଂ ଡବ୍ଲୁଏଫ୍ପି ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡେଭିଡ୍ ବେସଲି ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ଭେଟିବେ। ଡବ୍ଲ୍ୟୁଏଫ୍ପି ସହଭାଗିତାରେ ଓଡ଼ିଶାରେ ହେବାକୁ ଥିବା ନୂଆ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଆଲୋଚନା କରିବେ। ଏହାପରେ ଖ୍ରୀଷ୍ଟିଆନ ଧର୍ମଗୁରୁ ପୋପ୍ ଫ୍ରାନସିସ୍କୋଙ୍କୁ ଭାଟିକାନ୍ ସହରରେ ଭେଟିବାର କାର୍ଯ୍ୟକ୍ରମ ଅଛି।

ଏହି ଅବସରରେ ୟୁରୋପର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟର ସଂସ୍କୃତି ଓ କଳାର ବିକାଶ ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Niharanjan

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

12 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

58 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago