Categories: ରାଜ୍ୟ

ଗଜପତି ବାରଘରରେ ସ୍ଥିତି ଅନୁଧ୍ୟାନ ପରେ ବାତ୍ୟା ସହାୟତା ରାଶି ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍) : ଆଜି ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଓ ଗଜପତି ଜିଲ୍ଲାର ବାରଘର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ସହାୟତା ରାଶି ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି । ପ୍ରତି ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା । ଗଜପତି ବାରଘରରେ ସ୍ଥିତି ଅନୁଧ୍ୟାନ ପରେ ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପାହାଡ଼ ଉପରେ ଥିବା ବାରଘର ଗାଁ ପାହାଡ଼ ତଳକୁ ଆସିବ । ପାହାଡ଼ ଉପରେ ଥିବା ୭୬ ପରିବାରକୁ ଥଇଥାନ କରାଯିବ । ୪ ଡେସିମିଲ ଜାଗାରେ ବିଜୁ ପକ୍କାଘର ଯୋଗାଇ ଦିଆଯିବ । ଥଇଥାନ ଯାଏ ରିଲିଫ କାର‌୍ୟ୍ୟ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ଗଜପତି ଜିଲ୍ଲା ଗଙ୍ଗାବାଡ଼ରେ ପହଞ୍ଚିବା ପରେ ତିତଲି ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି । ଏହାସହ କ୍ଷତିଗ୍ରସ୍ତଙ୍କ ସହ ଆଲୋଚନା କରିଥିଲେ । ବନ୍ୟା ବିପନ୍ନମାନେ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ଦୁଃଖ ଜଣାଇଛନ୍ତି ।

ଏହାପୂର୍ବରୁ ଗତକାଲି ତିତ୍‌ଲିରେ କ୍ଷତିଗ୍ରସ୍ତ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲା ପାଇଁ ୧୦୨ କୋଟିର ପ୍ରାଥମିକ ରିଲିଫ୍‌ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରବର୍ତ୍ତୀ ପର୍ଯ୍ଯାୟରେ ପୁଣି ସହାୟତା ଦିଆଯିବ ବୋଲି ଟ୍ଵିଟ ଯୋଗେ ମୁଖ୍ୟମନ୍ତ୍ରୀ ଏହା ଉଲ୍ଲେଖ କରିଥିଲେ । ନିକଟରେ ଆକାଶମାର୍ଗରୁ ବାତ୍ୟା ଓ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ ନବୀନ ।

ତିତଲିରେ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୁଣୁପୁର ଅଧିକ ପ୍ରଭାବିତ ହୋଇଛି । ଏହି ତିନି ଜିଲ୍ଲାରେ ଏବେ ପୁନଃନିର୍ମାଣ ଓ ଥଇଥାନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ବିପନ୍ନଙ୍କୁ ରିଲିଫ ପ୍ରଦାନ ସାଙ୍ଗକୁ ରାସ୍ତା ମରାମତି, ବିଜୁଳି  ଓ ପାନୀୟ ଜଳ ଯୋଗାଣ ଫୋକସରେ ରହିଛି ।

KNews Bureau

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

3 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

6 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

6 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

7 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

7 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

8 hours ago