Below header

ବାତ୍ୟା ପରିସ୍ଥିତି ନେଇ ମମତାଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ସକାଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ବାତ୍ୟା ପରିସ୍ଥିତି ନେଇ ଫୋନ ଜରିଆରେ କଥା ହୋଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟାରେ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତି ନେଇ ଆଲୋଚନା କରିବା ସହ ନବୀନ ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ସ୍ଥିତିରେ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବାକୁ ନବୀନ ମମତାଙ୍କୁ ପ୍ରତିଶୃତି ମଧ୍ୟ ଦେଇଛନ୍ତି । କହିରଖିବା ଉଚିତ ହେବକି ଗତ ୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫନରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ଘଟାଇବା ସହ କୋଲକାତା ସହରରେ କୋଟି କାଟି ଟଙ୍କାର ସମ୍ପତ୍ତି ନଷ୍ଟ କରିଛି । ଏହି କାରଣରୁ ୭୨ ଜଣଙ୍କ ଜୀବନ ମଧ୍ୟ ଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.