କରୋନା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ୧୦ ଦିନ ଭିତରେ କୋଭିଡ ହସପିଟାଲ ପ୍ରସ୍ତୁତ ରଖ

ଭୁବନେଶ୍ୱର (କେନ୍ୟୁଜ୍) : : ଆଜି କୋଭିଡ ସ୍ଥିତି ପରଖିବା ପରେ ମୁଖ୍ୟମନ୍ତ୍ରୀ ସମସ୍ତ ସରକାରୀ ଓ ବେସରକାରୀ ହସପିଟାଲକୁ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦ୍ୱିତୀୟ ଲହରରେ ହୋଇଥିବା ବ୍ୟବସ୍ଥା ଅନୁଯାୟୀ ହସପିଟାଲ ସବୁକୁ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ପୂର୍ବ ଭଳି ଆଇସିୟୁ ବ୍ୟବସ୍ଥା ମଧ୍ୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ କୋଭିଡ କଟକଣା ଯେପରି ଜୀବିକା ଉପରେ ପ୍ରଭାବ ନପକାଏ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି କୋଭିଡ ସ୍ଥିତି ଉପରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଆଜି କୋଭିଡ ସ୍ଥିତି ନେଇ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।