ରାଜ୍ୟ

କରୋନା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ୧୦ ଦିନ ଭିତରେ କୋଭିଡ ହସପିଟାଲ ପ୍ରସ୍ତୁତ ରଖ

ଭୁବନେଶ୍ୱର (କେନ୍ୟୁଜ୍‌) : : ଆଜି କୋଭିଡ ସ୍ଥିତି ପରଖିବା ପରେ ମୁଖ୍ୟମନ୍ତ୍ରୀ ସମସ୍ତ ସରକାରୀ ଓ ବେସରକାରୀ ହସପିଟାଲକୁ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦ୍ୱିତୀୟ ଲହରରେ ହୋଇଥିବା ବ୍ୟବସ୍ଥା ଅନୁଯାୟୀ ହସପିଟାଲ ସବୁକୁ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ପୂର୍ବ ଭଳି ଆଇସିୟୁ ବ୍ୟବସ୍ଥା ମଧ୍ୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ କୋଭିଡ କଟକଣା ଯେପରି ଜୀବିକା ଉପରେ ପ୍ରଭାବ ନପକାଏ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି କୋଭିଡ ସ୍ଥିତି ଉପରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଆଜି କୋଭିଡ ସ୍ଥିତି ନେଇ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।

Niharanjan

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

6 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

9 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

9 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

9 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

9 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

9 hours ago