‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ) :  ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମକୁ ନେଇ ସନ୍ତୋଷ ପ୍ରକାଶ ବି କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ ।

ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଲୋକଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ୱାସ ସୃଷ୍ଟି କରି ପାରିଛି । ମୋ ସରକାର କାର୍ଯ୍ୟକ୍ରମ ଏବେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋ ସରକାରରୁ ମିଳିଥିବା ଫିଡବ୍ୟାକ୍ ଅନୁସାରେ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ସର୍ବୋତ୍ତମ ଭାବରେ କାର୍ଯ୍ୟ କରିବା ଦିଗରେ ଧ୍ୟାନ ଦେବାର ସମୟ ଆସିଛି ।