ଆଳୁ ଯୋଗାଣ ସମସ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର : ରାଜ୍ୟରେ ଆଳୁ ଯୋଗାଣ ସମସ୍ୟା ଓ ଦରବୃଦ୍ଧି ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଭୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଫୋନରେ କଥା ହୋଇଛି । ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୋହନ- ମମତାଙ୍କୁ ଅନୁରୋଧ କରିଛନ୍ତି । ଏହା ସହ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ କହିଛନ୍ତି । ଏପଟେ ଉପଯୁକ୍ତ ପଦକ୍ଷେପ ପାଇଁ ମମତା ବାନାର୍ଜୀ ଦେଇଛନ୍ତି। ପୂର୍ବରୁ ନୂଆଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ମୋହନ ମାଝୀ ମମତାଙ୍କ ସହ ଆଳୁ ଯୋଗାଣ ସମସ୍ୟା ସମାଧାନ ପାଇଁ ଆଲୋଚନା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.