ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ କରୋନା ଗ୍ରାଫ୍ ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Also Read: ଇଡିର ନୂଆ ଖୁଲାସା: ଦୁବାଇର ଏକ ରେସ୍ତୋରାଁ ଜରିଆରେ ପିଏଫ୍‌ଆଇକୁ ମିଳୁଥିଲା କୋଟି କୋଟି ଟଙ୍କାର ଫଣ୍ଡିଂ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.