ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୭.୭୫ ପ୍ରତିଶତ ।

ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୨ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୭ ଜଣ । ୨୪ ଘଣ୍ଟାରେ ୫୫ ହଜାର ୫୭୪ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧ହଜାର ୮ ଶହ ୯୮ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୩ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୮୫ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୬ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୭୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୩୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.