ରାଜ୍ୟ

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପରେ ମୁଖ୍ୟ ଶାସନ ସଚିିବଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରୀୟ ଟିମ୍,ସହାୟତା ପାଇଁ ୧୧ଶହ କୋଟି ଦାବି କଲା ରାଜ୍ୟ

କେନ୍ୟୁଜ୍(ବ୍ୟୁରୋ):  ୧୧ଶହ କୋଟି ସହାୟତା ଦାବି । ବନ୍ୟା ସହାୟତା ପାଇଁ ୧୧ ଶହ କୋଟି ଟଙ୍କାର ସହାୟତା ଦାବି ରଖିଲା ରାଜ୍ୟ । ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପରେ ମୁଖ୍ୟ ଶାସନ ସଚିିବଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରୀୟ ଟିମ୍‌ । ଏହି ସମୟରେ ୧୧ଶହ କୋଟି ଟଙ୍କାର ଦାବି ରଖିଛି ଓଡ଼ିଶା । କେନ୍ଦ୍ରୀୟ ଟିମ୍‌କୁ ବିସ୍ତୃତ ରିପୋର୍ଟ ଦିଆଯାଇଛି ।

ଦୁଇ ଦିନିଆ ଗସ୍ତ ସାରି ସଂଧ୍ୟାରେ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ କେନ୍ଦ୍ରୀୟ ଟିମ୍‌ । ବୈଠକରେ ଅତିରିକ୍ତ ମୁଖ୍ୟ ସଚିବ, ଏସଆରସି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ । ଦୁଇ ଦିନିଆ ଗସ୍ତରେ ଆସି ୪ଟି ଜିଲ୍ଲାରେ ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ରୀୟ ଟିମ୍‌ । ଭାଗଭାଗ ହୋଇ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀ ଗସ୍ତ କରିଥିଲେ। ଦୁଇ ଦିନ ଧରି ଏହି ୪ଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିବା ସହ ଜିଲ୍ଲା ପ୍ରଶାସନ ଓ ବିପନ୍ନଙ୍କ ସହ ଆଲୋଚନା କରିଥିଲେ ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 min ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

34 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

36 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

42 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

51 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

51 mins ago