ନୂଆଦିଲ୍ଲୀରେ ଓଡ଼ିଶା ଦିବସ ସମାରୋହ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ : ଓଡ଼ିଶା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ପ୍ରଶଂସା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର । ଓଡ଼ିଶାର ଭିତ୍ତିଭୂମି ସମେତ ବିଭିନ୍ନ କ୍ଷେତ୍ରରେ ଫୋକସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟେକନୋଲୋଜିକୁ ମଧ୍ୟ ଗୁରୁତ୍ବ ପ୍ରଦାନ କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ । ନୂଆଦିଲ୍ଲୀର ଜେଏଲଏନ ଷ୍ଟାଡିୟମରେ ଓଡ଼ିଶା ଦିବସ ସମାରୋହ-୨୦୨୫ ପାଳିତ ହୋଇଛି । ଏଥିରେ ଅତିଥି ଭାବେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର ।
ଆଗାମୀ ଦିନରେ ବିକଶିତ ଭାରତ ସହ ବିକଶିତ ଓଡ଼ିଶା ଗଠନ ହେବ ବୋଲି ସେ ଅଭିଭାଷଣରେ କହିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ସେହିପରି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଓଡ଼ିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ଉତ୍ସବ ପାଳନ କରାଯାଉଛି ।