୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ଡ୍ରାଇଭର୍ ମହାସଂଘ, ଭୁବନେଶ୍ବରରେ ବିଶାଳ ରାଲିର ଆୟୋଜନ

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଶା ଡ୍ରାଇଭର୍ ମହାସଂଘ ପକ୍ଷରୁ ରାଜଧାନୀ ଭୁବନେଶ୍ବରରେ ବିଶାଳ ରାଲିର ଆୟୋଜନ । ୧୦ ଦଫା ଦାବି  ନେଇ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ଡ୍ରାଇଭର ମହାସଂଘ। ଡ୍ରାଇଭରମାନେ ରାଲିରେ ଯାଇ ନବୀନ ନିବାସ ଘେରାଉ କରିବେ ବୋଲି ସୂଚନା ମିଳିଛି।

ଆଜି ଭୋରରୁ ରାଜ୍ୟର ବିଭିନ୍ନ ଅଂଚଳରୁ ହଜାର ହଜାର ସଂଖ୍ୟାରେ ଡ୍ରାଇଭର ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମାଷ୍ଟରକ୍ୟାଣ୍ଟିନ୍ ଛକରେ ସେମାନେ ଏକତ୍ରୀତ ହୋଇଛନ୍ତି। ଡ୍ରାଇଭରଙ୍କୁ ଦ୍ବିତୀୟ ସୈନିକର  ମାନ୍ୟତା ଦେବା ସହ ସେମାନଙ୍କୁ ଉଚିତ ବ୍ୟବହାର ପ୍ରଦର୍ଶନ ଲାଗି ଆଇନ ପ୍ରଣୟନ  ଦାବି କରିଛି ସଂଘ।

ଏହା ସହିତ ଡ୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଓ ଦୁର୍ଘଟଣାରେ ମୃତ ଡ୍ରାଇଭରଙ୍କୁ ୨୦ ଲକ୍ଷ, ଆହତ ଡ୍ରାଇଭରଙ୍କୁ ୧୦ ଲକ୍ଷ ବୀମାରାଶି, ୫୫ ବର୍ଷ ପରେ ପେନସନ ଦେବାକୁ ବି ଦାବି ହୋଇଛି।ଏଥିସହ ଡ୍ରାଇଭର ଆବାସ ଯୋଜନାରେ ଗୃହନିର୍ମାଣ, ଡ୍ରାଇଭରଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ଲାଗି ବ୍ୟବସ୍ଥା କରାଯିବାକୁ ମଧ୍ୟ ସଂଘ ଦାବି କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.