ସକ୍ରିୟ ଲଘୁଚାପ: ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବର୍ଷିବ । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଓ ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବର୍ଷିବ । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡ଼ିକ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲିଠୁ କମିପାରେ ବର୍ଷା ପ୍ରକୋପ । କାଲି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଗତ ୨୪ ଘଣ୍ଟାରେ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଉତ୍ତର ଓ ଉପକୂଳ ଓଡ଼ିଶାରେ ବି ଛାଡିନି ବର୍ଷା ।

Leave A Reply

Your email address will not be published.