ରାଜ୍ୟରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ, ପୁଣି ୨୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି । ସାମୁଦ୍ରିକ ଝଡ଼ ‘ନିଭାର’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ ହେଉଛି। ତେବେ ୧୩ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ସୋନପୁର ୯.୪, ଫୁଲବାଣୀ ୧୦.୫ ଡିଗ୍ରି ରେକର୍ଡ ହୋଇଛି।

ସୂଚନା ଅନୁଯାୟୀ ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ବିଭିନ୍ନ ସହରର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ତେବେ ୨୮ ତାରିଖଠାରୁ ପାରଦ ପୁଣି ହ୍ରାସ ପାଇବ। କେ‌ତେକ ସ୍ଥାନରେ ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ବଲାଙ୍ଗୀର, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ହାଲୁକା କୁହୁଡ଼ି ପଡ଼ିବ। ‌ତେଣୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

fogସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଗୁରୁବାର ଭୋର ସମୟରେ ଏହା ପୁଡୁଚେରୀର କରାଇକେଲ୍‌ ଓ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ସ୍ଥଳ ଭାଗ ଛୁଇଁବ। ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ବର୍ଷା ଜାରି ରହିଛି।

nivarତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିମ୍ବା ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ। ‌କେବଳ ଯାହା ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନଭେମ୍ବର ୨୯ ବେଳକୁ କେନ୍ଦ୍ରୀୟ ବ‌ଙ୍ଗୋପସାଗରର ଦକ୍ଷିଣ ଭାଗରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.