ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତର ପ୍ରକୋପ

ଭୁବନେଶ୍ୱର(କେ ନ୍ୟୁଜ): ପାରଦ ଖସୁଛି, ଶୀତ ବଢୁଛି । ଗତ ୪ ରୁ ୫ ଦିନ ହେବ ରାଜ୍ୟରେ ଏବେ ଧୀରେ ଧୀରେ ଶୀତ ଅନୁଭୂତ ହେଉଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ଏହାସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ପହିଲାରୁ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳ ସହ କିଛି ସ୍ଥାନରେ ବର୍ଷା ହୋଇପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଚଳିତ ବର୍ଷ ଅଧିକ ଶୀତ ଅନୁଭୂତ ହେବ । ନଭେମ୍ବର ଦ୍ୱିତୀୟ ସପ୍ତାହରୁ ରାଜ୍ୟରେ ତାପମାତ୍ରା କମିବା ସହ ଶୀତର ପ୍ରକୋପ ବଢିବ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.